ମହାମାରୀ କରୋନା ସମୟରେ ସମସ୍ତଙ୍କୁ ସଚେତନ ହେବା ପାଇଁ ପଡିବ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ମହାମାରୀ କରୋନାକୁ ନେଇ କେଉଁଭଳି ଭାବେ ସଚେତନତା ରକ୍ଷା କରିବା ଉଚିତ୍ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମସ୍ତଙ୍କୁ ଟୁଇଟ୍ ଯୋଗେ କହିଛନ୍ତି । ଦେଶରେ କରୋନା ମହାମାରୀ ସମୟରେ ଆମ ସମସ୍ତଙ୍କୁ ସଚେତନ ହେବା ପାଇଁ ପଡିବ ଓ କରୋନା ଟୀକା ତିଆରି ହେବା ପର୍ଯ୍ୟନ୍ତ ଆମ ସମସ୍ତଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ଓ ସରକାରଙ୍କ ନିୟମକୁ ପାଳନ କରିବା ଜରୁରୀ । ମହାପ୍ରଭୁଙ୍କ ଆଶୀର୍ବାଦକୁ ପାଥେୟ କରି ଓଡ଼ିଆ ସମାଜ ନିଜକୁ ସମ୍ଭାଳି ପାରିବ ବୋଲି ମୋର ଦୃଢ଼ ବିଶ୍ୱାସ ।