ଦୀପା ସାହୁଙ୍କ ବିୟୋଗରେ ଓଡ଼ିଶା ଆଲବମ୍ ଜଗତରେ ଅପୂରଣୀୟ କ୍ଷତି ଘଟିଲା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ପରଲୋକରେ ଆଲବମ ଅଭିନେତ୍ରୀ ଦୀପା ସାହୁ । ଆଲବମ କୁଇନ ଦୀପା ସାହୁଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ୱିଟ୍‌ କରି କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ‘ଓଡ଼ିଆ ଅଭିନେତ୍ରୀ ଦୀପା ସାହୁଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ । ବିଶେଷତଃ ଓଡ଼ିଆ ଆଲବମ୍ ଜଗତରେ ସେ ତାଙ୍କ କଳାର ନିଖୁଣ ଛାପ ଦ୍ୱାରା ଅନେକ ଦର୍ଶକଙ୍କୁ ବାନ୍ଧି ରଖିପାରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଆଲବମ୍ ଜଗତରେ ଅପୂରଣୀୟ କ୍ଷତି ଘଟିଲା ।’

ଏହାସହ ଧର୍ମେନ୍ଦ୍ର ପ୍ରଧାନ ଆହୁରି ମଧ୍ୟ ଲେଖିଛନ୍ତି ଯେ, ‘ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖ ସମୟରେ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ।’