ଓଡ଼ିଶା ଚଳଚ୍ଚିତ୍ର ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ଓଡ଼ିଆ ଚଳଚ୍ଚିତ୍ର  ନିର୍ଦ୍ଦେଶକ, ଗୀତିକାର ଶାରଦା ପ୍ରସନ୍ନ ନାୟକଙ୍କ ପରଲୋକ ଘଟିଛି । ଏ ନେଇ କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି ।  ସେ ଟୁଇଟ କରି କହିଛନ୍ତି ଯେ , ବର୍ଷିୟାନ ଚଳଚ୍ଚିତ୍ର ନିର୍ଦ୍ଦେଶକ ଓ ଗୀତିକାର ଶାରଦା ପ୍ରସନ୍ନ ନାୟକଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ। ଓଡ଼ିଆ ସିନେ ଜଗତ ଜଣେ ଶ୍ରେଷ୍ଠ ନିର୍ଦ୍ଦେଶକଙ୍କୁ ହରାଇଲା । ତାଙ୍କ ବିୟୋଗରେ ଓଡ଼ିଶା ଚଳଚ୍ଚିତ୍ର ଜଗତରେ ଏକ ଅପୂରଣୀୟ କ୍ଷତି । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।