ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ: ଧର୍ମେନ୍ଦ୍ର ପ୍ରଧାନ

ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍‌ ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବରେ ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା ।

ଦୀର୍ଘ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକଙ୍କୁ ନିଜ କଳାର ଯାଦୁରେ ବାନ୍ଧି ରଖିପାରିଥିଲେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି ।