ନୂଆଁଖାଇର ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:  ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଶ୍ଚିମ ଓଡିଶାବାସୀଙ୍କୁ ନୂଆଁଖାଇର ଅଭିନନ୍ଦନ ଜଣାଇଛନ୍ତି ।


କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଟୁଇଟ ମାଧ୍ୟମରେ ନୂଆଁଖାଇ ଜୁହାର କରିଛନ୍ତି । କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା । ଏହି ଅବସରରେ ମା’ ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ଧର୍ମେନ୍ଦ୍ର।