ଶ୍ରୀଜଗନ୍ନାଥ ହେରିଟେଜ କରିଡର ଆରକିଟେକଚର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

କରିଡର ପାଇଁ ଜମି ଦାନ କରିଥିବା ସମସ୍ତଙ୍କ ନାମ ଫଳକ ରଖାଯିବ,ଅଧିଗୃହୀତ ସବୁ ଜମି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ରେକର୍ଡ ହେବ

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶ୍ରୀ ଜଗନ୍ନାଥ ହେରିଟେଜ କରିଡରର ଚିଠା ସ୍ଥାପତ୍ୟ ଯୋଜନା(ଆରକିଟେକଚର ପ୍ଲାନ) ଲୋକାର୍ପିତ କରିଛନ୍ତି । ଏହା ଓଡ଼ିଶାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ କରାଯାଇଛି । ଏହି ଚିଠା ଆରକିଟେକଚର ପ୍ଲାନ ସମ୍ପର୍କରେ ଜନସାଧାରଣ ସେମାନଙ୍କର ମୂଲ୍ୟବାନ ମତକୁ ଇ-ମେଲ(ହବଶବଦ୍ଭଦ୍ଭବଗ୍ଧଷ.କ୍ଟକ୍ସଅଦ୍ଭସମ.ସଦ୍ଭ) ଜରିଆରେ ୨୦୨୦ ଜାନୁୟାରୀ ୧୫ ସୁଦ୍ଧା ଶ୍ରୀମନ୍ଦିରର ପ୍ରଶାସନକୁ ପଠାଇବା ନିମନ୍ତେ ପରାମର୍ଶ ଦେଇଛନ୍ତି । ଜନସାଧାରଣଙ୍କ ପ୍ରସ୍ତାବକୁ ତର୍ଜମା କରାଯାଇ ଚୂଡାନ୍ତ ଆରକିଟେକଚର ପ୍ଲାନ ଫେବୃୟାରୀ ମାସରେ ପ୍ରକାଶିତ ହେବ ।

ଶ୍ରୀ ଜଗନ୍ନାଥ ଐତିହ୍ୟ କରିଡର ପାଇଁ ଯେଉଁ ମଠ ଓ ବ୍ୟକ୍ତି ବିଶେଷମାନେ ଜମି ଦେଇଛନ୍ତି, ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ମହାପ୍ରଭୁଙ୍କ କାର୍ଯ୍ୟ ପାଇଁ ଜମି ଦାନ କରିଥିବା ବ୍ୟକ୍ତିବିଶେଷଙ୍କର ନାମ ଏହି ଐତିହ୍ୟ କରିଡରରେ ଏକ ଫଳକରେ ସବୁଦିନ ପାଇଁ ସ୍ଥାନିତ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ଐତିହ୍ୟ କରିଡର ପାଇଁ ଅଧିଗୃହୀତ ସମସ୍ତ ଜମି ମହାପ୨୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାମରେ ରେକର୍ଡ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ, ଶ୍ରୀମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ତାର ଚତୁପାଶ୍ୱର୍ର ୭୫ମିଟର ପର୍ଯ୍ୟନ୍ତ ଖାଲି କରାଯାଇ ଏହାର ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର କାର୍ଯ୍ୟ ଆରମ୍ଭ କରିଛନ୍ତି ।

ଆଜି ଲୋକାର୍ପିତ ହୋଇଥିବା ଚିଠ ଆରକିଟେକଚର ପ୍ଲାନ କେବଳ କରିଡରର ସୌର୍ନ୍ଦ୍ୟକରଣ ଓ ବିଭିନ୍ନ ସୁବିଧା ସୁଯୋଗର ବିକାଶ ମଧ୍ୟରେ ସୀମିତ । ଶ୍ରୀମନ୍ଦିରର ସୁରକ୍ଷା ଓ କାର୍ଯ୍ୟକାରୀ ନିମନ୍ତେ ଯୋଜନା ପ୍ରସ୍ତୁତି ଦାୟିତ୍ୱ ଏ ସଂକ୍ରାନ୍ତରେ ଖ୍ୟାତି କରିଥିବା ବୃତିଧାରୀମାନଙ୍କୁ ଅର୍ପଣ କରିବା ପାଇଁ ସ୍ଥିର କରାଯାଇଛି ।

ମହାପ୍ରଭୁଙ୍କ ପୁରୀ ଧାମକୁ ବର୍ଷ ସାରା ଦେଶ ବିଦେଶରୁ ଲକ୍ଷ ଲକ୍ଷ ତୀର୍ଥଯାତ୍ରୀ ଆସୁଛନ୍ତି । ତେଣୁ ସେମାନଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇବା ସହିତ ସେମାନେ ଯେପରି ପବିତ୍ର ଅନୁଭୂତି ନେଇ ଫେରିବେ, ତା’ ଉପରେ ଏହି ପାରିପାଶ୍ୱର୍ିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି । ଏଥିରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ଅତ୍ୟାଧୁନିକ ଶୃଙ୍ଖଳିତ ଧାଡି ବ୍ୟବସ୍ଥା କରାଯିବା ସହିତ ମଝିରେ ମଝିରେ ବିଶ୍ରାମ ନେବାର ସୁବିଧା ମଧ୍ୟ କରାଯିବ । ଯାତ୍ରୀମାନଙ୍କ ପାଦ ଓ ହାତ ଧୋଇବା ନିମନ୍ତେ ଅତ୍ୟାଧୁନିକ ବ୍ୟବସ୍ଥା, ଉପଯୁକ୍ତ ଆଲୋକ, ସିସି ଟିଭି ବ୍ୟବସ୍ଥା ପିଇବା ପାଣି ଓ ଶୌଚାଳୟର ବିକାଶ କରାଯିବ ।

ଶ୍ରୀମନ୍ଦିର ଚତୁପାଶ୍ୱର୍ରେ ନିରାପତା ବ୍ୟବସ୍ଥାକୁ ସୁଦୃଢ଼ କରାଯିବ । ଶ୍ରୀଜଗନ୍ନାଥଙ୍କର ବିଭିନ୍ନ ବେଶ, ଦଣାବତାର ଏବଂ ଜଗନ୍ନାଥ ସଂସ୍କୃତିର ଅନନ୍ୟ ବୈଭବ ସମ୍ପର୍କରେ ଯାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ବ୍ୟବସ୍ଥା କରାଯିବ । ମୁକ୍ତାକାଶ ମଂଚରେ ଓଡ଼ିଶାର କଳା ଓ ସଂସ୍କୃତିର ପ୍ରଦର୍ଶନର ଆୟୋଜନ କରାଯିବ ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।