ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଭୂକମ୍ପ ଝଟକା

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର କିଛି ଜାଗାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସମ୍ବଲପୁର, ଝାରସୁଗୁଡ଼ା, କୁଚିଣ୍ଡା ଓ ବଣାଇରେ କିଛି ସେକେଣ୍ଡ ପାଇଁ ଭୂକମ୍ପ ଅନୁଭୂତ ହୋଇଥିଲା। ଫଳରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଯାଇଥିଲେ। ମାତ୍ର କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିପାରି ନାହିଁ।