ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ସୁକତେଳ ବ୍ରିଜ୍ ଭୁଷୁଡ଼ିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ପାଟଣାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ଆନ୍ଥୋନି କିଷାନଙ୍କୁ ନିଲମ୍ବିତ କରିଛନ୍ତି ସରକାର । ନିର୍ବାହୀ ଯନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ, ଗତମାସ ୨୯ତାରିଖରେ ବ୍ରିଜ୍ ଭାଙ୍ଗି ଯିବାରୁ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା।