ଲାଇଫ ସପୋର୍ଟ ସିଷ୍ଟମରେ ବାଜପେୟୀ

ନୂଆଦିଲ୍ଲୀ : ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବିହାରୀ ବାଜପେୟୀ ଦିଲ୍ଲୀ ଏମ୍ସରେ ଲାଇଫ ସପୋର୍ଟରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କାଟାପଣ୍ଣ ରହିଛି । ବାଧକ୍ୟ ଜନିତ ରୋଗ ସାଙ୍ଗକୁ ବିଭିନ୍ନ ରୋଗରେ ପୀଡିତ ହୋଇ ବାଜପେୟୀ ଗତ ଜୁନ ୧୧ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ତା ସଂଙ୍କାଟାପଣ୍ଣ ଥିବା ଏମ୍ସ ପକ୍ଷରୁ ଜାରି ହେଲେଥ ବୁଲେଟିନରେ କୁହାଯାଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ,ଗୃହ ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ପ୍ରମ୍ମୁଖ ବାଜେପୀୟଙ୍କ ସ୍ୱାସ୍ଥ୍ୟବସ୍ଥା ସଂପର୍କେ ବୁଝିଥିଲେ ।

୯ ସପ୍ତାହ  ଧରି ହସ୍ପିଟାଲରେ ଭର୍ତ୍ତି ଥିବା ବାଜପେୟୀଙ୍କୁ ଗତ ୩ଦିନ ଧରି ଭେଣ୍ଟିଲେଟରରେ ରଖାଯାଇଛି । ବୁଧବାର ସକାଳୁ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଦ୍ରୁତ ଅବନତି ଦେଖା ଦେଇଛି।

କିଡନୀରେ ସଂକ୍ରମଣ, ଛାତି ଯନ୍ତ୍ରଣା, ପରିଶ୍ରାର ପରିମାଣ ମାତ୍ରଧିକ ଭାବରେ କମିଯିବାରୁ ଗତ ଜୁନ୍ ୧୧ରେ ବାଜପେୟୀଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତି କରାଯାଇଥିଲା ।ସେବେ ଠାରୁ ବାଜପେୟୀଙ୍କୁ ଅଭିଜ୍ଞ ଡାକ୍ତରଙ୍କ ଦ୍ୱାରା ଚିକିତ୍ସା କରାଯାଉଥିଲା । ବୁଧବାର ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥାର ଗୁରୁତର ଅବନତି ଦେଖା ଦେବା ପରେ ସନ୍ଧ୍ୟାରେ ଏମ୍ସ ହସ୍ପିଟାଲରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କ ବ୍ୟତୀତ କେନ୍ଦମନ୍ତ୍ରୀ ସ୍ମୃତି ଇରାନୀ, ଗୃହମନ୍ତ୍ରୀ ରାଜନାଥ ସିଂ, ବିଜେପି ରାଷ୍ଟ୍ରୟ ଅଧ୍ୟକ୍ଷ ଅମିତ ଶାହା, ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରମୁଖ ଦିଲ୍ଲୀ ଏମ୍ସରେ ପହଞ୍ଚି ବାଜପାୟୀଙ୍କ ସ୍ୱାସ୍ଥ୍ୟ ସଂପର୍କିତ ଖବର ବୁଝିଛନ୍ତି ।

୯୩ ବର୍ଷିୟ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବିଜେପିର ବରିଷ୍ଠ ନେତା ବାଜପେୟୀ ଗତ ଜୁନ ୧୧ ତାରିଖ ଠାରୁ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଏହା ପୂର୍ବରୁ ମଧ୍ୟ ଅନେକ ଥର ପ୍ରଧାନମନ୍ତ୍ରୀ ମୋଦି ବାଜପାୟୀଙ୍କୁ ଦେଖିବା ପାଇଁ ଏମ୍ସ ଯାଇଛନ୍ତି । ବାଜପେୟୀଙ୍କୁ ସ୍ୱାସ୍ଥ୍ୟବସ୍ଥା ଅନେକ ଦିନ ଧରି ଅତ୍ୟନ୍ତ ଖରାପ ରହିଛି । ଡିମେନସିୟା ନାମକ ଏକ ରୋଗରେ ବାଜପେୟୀ ପୀଡିତ ଥିବା ଜଣାପଡିଛି । ୨୦୦୯ ମସିହାଠାରୁ ସେ ହ୍ୱିଲ ଚେୟାରରେ ଥିବା ଜଣାପଡିଛି ।

ନିକଟରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି । ସେ ହେଉଛନ୍ତି ଏକମାତ୍ର ଅଣ କଂଗ୍ରେସ ପ୍ରଧାନମନ୍ତ୍ରୀ ଯିଏ ପୂର୍ଣ୍ଣକାଳୀନ ସରକାର ଗଠନ କରିବାରେ ସକ୍ଷମ ହୋଇଛନ୍ତି । ଉତ୍ତର ପ୍ରଦେଶର ଲକ୍ଷ୍ନୌ ଲୋକସଭା ଆସନରୁ ବାରମ୍ବାର ବିଜୟୀ ହେବା ସହିତ ବାଜପେୟୀ ତିନି ଥର ଭାରତର ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଛନ୍ତି । ପ୍ରଥମ ଥର ୧୩ ଦିନ, ଦ୍ୱିତୀୟ ଥର ୧୩ ମାସ ଓ ତୃତୀୟ ଥର ପୂର୍ଣ୍ଣକାଳୀନ ସରକାର ଚଳାଇ ସେ ଅଣକଂଗ୍ରେସ ରାଜନୀତିର ଅନନ୍ୟ ଇତିହାସର ରଚିଛନ୍ତି। ଭାରତଛାଡ଼ ଆନ୍ଦୋଳନରେ ଜଡିତ ହୋଇ ଭାରତୀୟ ରାଜନୀତିରେ ପ୍ରବେଶ କରିଥିବା ଶ୍ରୀ ବାଜପେୟୀ ଜଣେ ବାଗ୍ମୀ ଓ କବି ଭାବେ ବେଶ ଜଣାଶୁଣା ।