ଯୁକ୍ତ୨ ପ୍ରଶ୍ନପତ୍ର ଢାଞ୍ଚା ବଦଳିବ,  ଏଥର ୫୦% ମଲଟିପୁଲ ଚଏସ

ଭୁବନେଶ୍ବର: ଚଳିତ ବର୍ଷ ଯୁକ୍ତ ୨ ପ୍ରଶ୍ନପତ୍ରରେ କେତେକ ପରିବର୍ତ୍ତନ କରାଯାଇଥିବା ନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏଥର ଯୁକ୍ତ୨ ପ୍ରଶ୍ନପତ୍ରରେ ୫୦% ମଲଟିପୁଲ ଚଏସ ରହିବ, ଯେଉଁଥିରେ୧ ମାର୍କର ୫୦ ଟି ପ୍ରଶ୍ନ ରହିବ। ଅପରପକ୍ଷରେ ୩୦% ପ୍ରଶ୍ନ ସଂକ୍ଷିପ୍ତ ଉତ୍ତରମୂଳକ ହେବ। ପ୍ରତ୍ୟେକ ପ୍ରଶ୍ନର ମାର୍କ ୨ କିମ୍ବା ୩ ଲେଖାଏଁ ରହିବ। ବାକି ୨୦% ଦୀର୍ଘ ଉତ୍ତରମୂଳକ ହେବ।
ପୂର୍ବ ବର୍ଷ ପରି ଏଥର ମଧ୍ୟ ଛାତ୍ରଛାତ୍ରୀମାନେ ନିଜେ ପଢ଼ୁଥିବା କଲେଜରେ ପରୀକ୍ଷା ଦେବେ। ୨୦୧୬ କିମ୍ବା ପରବର୍ତ୍ତୀ ସମୟରେ ପଞ୍ଜିକରଣ କରିଥିବା ଛାତ୍ରଛାତ୍ରୀ ୭୦% ସିଲାବସ ଅନୁଯାୟୀ ନୂତନ ଢାଞ୍ଚାରେ ପରୀକ୍ଷା ଦେବେ।
ତେବେ ପରୀକ୍ଷା ଫି ଛାଡ଼ ହେବା ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

fifty percent multiple choice questitions in plus 2 exam