ଝାରସୁଗୁଡ଼ାରୁ ଆଉ ୨ଟି ସହରକୁ ଉଡ଼ିବ ବିମାନ

ଝାରସୁଗୁଡ଼ା:ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆଉ ୨ଟି ନୂଆ ସହରକୁ ବିମାନ ଉଡ଼ିବ । ଏନେଇ ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦ ବୈଠକରେ ନିଷ୍ପତି ହୋଇଛି । ଏନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସୂଚନା ଦେଇଛନ୍ତି...

ଝାରସୁଗୁଡ଼ା:ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆଉ ୨ଟି ନୂଆ ସହରକୁ ବିମାନ ଉଡ଼ିବ । ଏନେଇ ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦ ବୈଠକରେ ନିଷ୍ପତି ହୋଇଛି । ଏନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସୂଚନା ଦେଇଛନ୍ତି । 

ଆଜି ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବିମାନ ଚଳାଚଳ ନେଇ ଲୋକସେବା ଭବନରେ ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦର ବୈଠକ ବସିଥିଲା । ଏହି ବୈଠକରେ ବିମାନବନ୍ଦରରୁ ଆଉ ୨ଟି ନୂଆ ସହର ତଥା କୋଲକାତା ଏବଂ ବାଙ୍ଗାଲୁରୁକୁ ବିମାନ ଉଡ଼ାଣ ପାଇଁ ନିଷ୍ପତି ହୋଇଛି । କିନ୍ତୁ କେବେ ଠାରୁ ଏବଂ କେଉଁ ସମୟରେ ଏହି ଦୁଇଟି ବିମାନ ଉଡ଼ାଣ ଭରିବ ସେ ନେଇ ତାରିଖ ଓ ସମୟ ନିଦ୍ଧାରଣ କରାଯାଇନାହିଁ । ପୂର୍ବରୁ ଝାରସୁଗୁଡ଼ାକୁ ୫ଟି ସହରରୁ ବିମାନ ଚଳାଚଳ କରୁଛି । ଏହି ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦ ବୈଠକରେ ପୂର୍ତ୍ତ ସଚିବ, ରାଜସ୍ୱ ସଚିବ, DGP, ଏୟାରପୋର୍ଟ କର୍ତ୍ତୃପକ୍ଷ ଉପସ୍ଥିତ ଥିଲେ । 

ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦର ଏହି ବୈଠକରେ ରାଉରକେଲା ଓ ଜୟପୁର ଏୟାରଷ୍ଟ୍ରିପ ରନୱେ ଚଉଡ଼ା କରିବା କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ମଧ୍ୟ ଆଲୋଚନା କରାଯାଇ ନିଷ୍ପତି ନିଆଯାଇଛି । ଜୟପୁର ଏୟାରଷ୍ଟ୍ରିପ କାମ ପାଇଁ ୫୫କୋଟି ଟଙ୍କାର ଟେଣ୍ଟର ସରିଛି । ବୈଠକ ଶେଷ ହେବା ପରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସୂଚନା ଦେଇଛନ୍ତି ।

Spread the love
Categories
ଓଡିଶା

RELATED BY

  • ସ୍କୁଲ ଯିବନି ଜଗା, ମୁଣ୍ଡରେ ହେବ ଖପୁରୀ ପ୍ରତିରୋପଣ: ମନ୍ତ୍ରୀ

    କଟକ: ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସାଧୀନ ଥିବା ଜଗାର ଖପୁରୀ ପ୍ରତ୍ୟାରୋପଣ ହେବ। ତେଣୁ ବର୍ତ୍ତମାନ ସ୍ଥିତିରେ ଜଗା ସ୍କୁଲ ଯାଇପାରିବ ନାହିଁ। ଖପୁରି ପ୍ରତିରୋପଣ ପରେ ସେ ସ୍କୁଲ ଯିବା ସମ୍ଭବ ହୋଇପାରିବ। କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଅଂଚଳର...
  • ଓଡ଼ିଶାରେ ନକଲି ସାମ୍ପୁ

    ବଲାଙ୍ଗୀର: ଘରେ ଘରେ ପରିଚିତ କ୍ଲିନିକ ପ୍ଲସ ସାମ୍ପୁର ନକଲି ଏବେ ବଜାରରେ ଦେଖିବାକୁ ମିଳିଛି | କିଛି ଏଭଳି ଅଭିଯୋଗ ବଲାଙ୍ଗୀରର କଣ୍ଟାବାଞ୍ଜିରୁ ଆସିଛି | ବଜାରରେ ପ୍ୟାକେଟ୍ ପ୍ୟାକେଟ୍ ନକଲି ସାମ୍ପୁ ବିକ୍ରି ହେଉଥିବାବେଳେ ଏବେ ଏହାର...
  • ମଙ୍ଗୁମଠକୁ ନ ଭାଙ୍ଗିବାକୁ ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

    ପୁରୀ:ପୁରୀର ବହୁ ପୁରାତନ ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ନବୀନଙ୍କୁ ଏକ ଟ୍ୱିଟ୍‌ କରି କ୍ୟାପଟେନ ଅମରିନ୍ଦର ସିଂହ କହିଛନ୍ତି ଯେ, ଏହି ମଠ ଗୁରୁ ନାନକଙ୍କ...
  • ନନ୍ଦନକାନନରେ ଅସୁସ୍ଥ ଦନ୍ତାହାତୀ ଚନ୍ଦନ ମୃତ

    ବାରଙ୍ଗ: ଶନିବାର ରାତିରେ ସ୍ଥାନୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀଶାଳରେ ରହୁଥିବା ଅସୁସ୍ଥ ଦନ୍ତାହାତୀ ଚନ୍ଦନର ମୃତ୍ୟୁ ଘଟିଛି । ଅସୁସ୍ଥ ହୋଇପଡ଼ିଥିବା ଚନ୍ଦନକୁ ଆସାମ ଷ୍ଟେଟ୍‌ ଓ ସେଣ୍ଟର୍‌ ଫର୍‌ ଓ୍ଵାଇଲ୍‌ଡ୍‌ ଲାଇଫ୍‌ ହେଲ୍‌ଥ୍‌ ଓଡ଼ିଶାର ପ୍ରବୀଣ ପଶୁଚିକିତ୍ସକମାନଙ୍କ...