ରାଜ୍ୟରେ ବର୍ଷା ଓ ବନ୍ୟା ନେଲାଣି ୮ ଜୀବନ : ସ୍ୱତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର:  ବର୍ଷା ଓ ବନ୍ୟାଜନିତ ଅଘଟଣରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଛି  ।  ବିଭିନ୍ନ ଜିଲ୍ଲାର ନଦୀ ଜଳସ୍ତର ବିପଦ ସଙ୍କେତ ତଳେ ରହିଥିବାବେଳେ କଳାହାଣ୍ଡି ଜିଲା କାଳୀଗଙ୍ଗା ନଦୀର ଜଳସ୍ତର ବଢ଼ିଛି । ଏହି ଜିଲାର...

ଭୁବନେଶ୍ୱର:  ବର୍ଷା ଓ ବନ୍ୟାଜନିତ ଅଘଟଣରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଛି  ।  ବିଭିନ୍ନ ଜିଲ୍ଲାର ନଦୀ ଜଳସ୍ତର ବିପଦ ସଙ୍କେତ ତଳେ ରହିଥିବାବେଳେ କଳାହାଣ୍ଡି ଜିଲା କାଳୀଗଙ୍ଗା ନଦୀର ଜଳସ୍ତର ବଢ଼ିଛି । ଏହି ଜିଲାର କର୍ଲାମୁଣ୍ଡାରେ ସବାର୍ଧିକ ୬୦୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ଲଗାଣ ବର୍ଷା ଯୋଗୁ  ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିଯୋଗୁ ପରିସ୍ଥିତି ଉଦ୍‌ବେଗଜନକ  ରହିଛି। ବହୁ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିବା ବେଳେ ବିପନ୍ନଙ୍କ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନର ବିଷ୍ଣୁପଦ ସେଠୀ ଏକ ପ୍ରେସ୍‌ ମିଟ୍‌ରେ ସୂଚନା ଦେଇଛନ୍ତି।

ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ,   କଳାହାଣ୍ଡି ସାରଗଡ଼ ଗାଁରୁ ଅଦ୍ୟାବଧୀ ୧୫୦ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି । ସେହିପରି ଡିଜିପଡ଼ା ଓ ଦେଉଳିପଡ଼ାରୁ ୬୫ ବିପନ୍ନଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ଲଗାଣ ବର୍ଷା ଯୋଗୁ ମାଲକାନଗିରିରେ ପରିସ୍ଥିତି ଉଦ୍‌ବେଗଜନକ ହେବାରେ ଲାଗିଛି। ଯେକୌଣସି ସମୟରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବାକୁ  ଗୋଟିଏ NDRF ଟିମ୍‌କୁ  ପ୍ରସ୍ତୁତ ରଖାଯାଇଛି ବୋଲି ସେ ସୂଚନା ଦେଇଛନ୍ତି । ତାସହ ଦକ୍ଷିଣ, ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଏସ୍ଆରସି ସୂଚନା ଦେଇଛନ୍ତି ।

Spread the love
Categories
ଓଡିଶା

RELATED BY

  • କଟକ ଏସ୍‌ସିବି ଆସିବେ ଜଗା ଓ କାଳିଆ

    କଟକ : ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ।...
  • ନଦୀରେ ବୁଡ଼ି ଗଲେ ଦୁଇ ଭଉଣୀ

    ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ...
  • ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

    ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ...
  • ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ:୨ ଦିନ ଭିଜିବ ଓଡ଼ିଶା!

    ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ...