ଚାଲିଗଲେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ଦାମୋଦର ରାଉତ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ। ଚିକିତ୍ସାଧୀନ ଅବସ୍ଥାରେ ୮୨ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଦାମୋଦର ରାଉତ । ଦାମଙ୍କ ବିୟୋଗରେ ବିଶିଷ୍ଠ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି ଯେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ।

ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି । ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଉଛି ।

ଭୁବନେଶ୍ୱର ସ୍ଥିତ ଦାମଙ୍କ ବାସଭବନରେ ସବୁ ରାଜନୈତିକ ଦଳର ନେତାମାନେ ଶେଷ ଦର୍ଶନ କରିଛନ୍ତି । ଓଡ଼ିଶା ରାଜନୀତିରେ ସେ ୭ ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।