ନୂଆଦିଲ୍ଲୀ: ଆରପାରିରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ । ୮୪ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ହୋଇଛି । ଏନେଇ ତାଙ୍କ ପୁଅ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଦୀର୍ଘ ଦିନ ହେବ ସେ କୋମାରେ ଥିଲେ । ନୂଆଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେ ଅନେକ ଦିନ ଧରି ଭେଣ୍ଟିଲେଟରରେ ଥିଲେ। ମସ୍ତିଷ୍କ ସର୍ଜରୀ ପରେ ଅନେକ ଦିନ ଧରି ତାଙ୍କର ଚିକିତ୍ସା ନୂଆଦିଲ୍ଲୀ ସ୍ଥିତ ସେନା ହସ୍ପିଟାଲରେ ଜାରି ରହିଥିଲା। ବ୍ରେନ୍ ସର୍ଜରୀ ପରେ ଫୁସ୍ଫୁସ୍ରେ ସଂକ୍ରମଣ ହୋଇଥିବାରୁ ତାଙ୍କ ଅବସ୍ଥା ସଂକଟାପନ୍ନ ରହିଥିଲା ।
ସୂଚନାଯୋଗ୍ୟ ଯେ, ଚଳିତ ମାସ ପ୍ରଥମ ସପ୍ତାହରେ ପ୍ରବଣ ମୁଖାର୍ଜୀ ବ୍ରେନ୍ ସର୍ଜରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେଠାରେ ସେ କରୋନା ପଜିଟିଭ ଥିବା ଜଣାପଡିଥିଲା । ସେବେଠାରୁ ହିଁ ସେ ଦିଲ୍ଳୀ ସ୍ଥିତ ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେବେଠାରୁ ହିଁ ସେ ଦିଲ୍ଳୀ ସ୍ଥିତ ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।
ପ୍ରବଣ ମୁଖାର୍ଜୀ ୨୦୧୨ରୁ ୨୦୧୭ ଯାଏଁ ରାଷ୍ଟ୍ରପତି ପଦରେ ଥିଲେ । ୧୯୬୯ମସିହାରେ ପ୍ରଥମ ଥର ପାଇଁ ରାଜ୍ୟସଭା ସାଂସଦ ସେ ହୋଇଥିଲେ ।