ମନମୋହନ ସିଂହ ରାଜ୍ୟସଭାକୁ ନିର୍ବାଚିତ

ଜୟପୁର: ରାଜସ୍ଥାନରୁ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ଗତକାଲି ଅପରାହ୍ନରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପରେ ୮୬ ବର୍ଷୀୟ ମନମୋହନ ସିଂହ ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଜି ସେ ରାଜସ୍ଥାନ...

ଜୟପୁର: ରାଜସ୍ଥାନରୁ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ଗତକାଲି ଅପରାହ୍ନରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପରେ ୮୬ ବର୍ଷୀୟ ମନମୋହନ ସିଂହ ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଜି ସେ ରାଜସ୍ଥାନ ନିର୍ବାଚନ କମିଶନଙ୍କ ପାଖରୁ ସାର୍ଟିଫିକେଟ ଗ୍ରହଣ କରିବେ। ତାଙ୍କ ରାଜ୍ୟସଭା କାର୍ଯ୍ୟକାଳ ୨୦୨୪ ଏପ୍ରିଲ ୩ ରେ ଶେଷ ହେବ।

ବିଜେପିର ରାଜ୍ୟସଭା ସାଂସଦ ମଦନ ଲାଲ ସୋନିଙ୍କର ଅକାଳ ବିୟୋଗ ପରେ ଏହି ଆସନ ଖାଲି ପଡ଼ିଥିଲା। ଏହାପରେ ମନମୋହନ ସିଂହ ଏହି ଆସନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ। ତେବେ ମନମୋହନ ସିଂହଙ୍କ ବିରୋଧରେ ବିଜେପି କିମ୍ୱା ଅନ୍ୟ କୌଣସି ଦଳ ପ୍ରାର୍ଥୀ ଦେଇନଥିଲେ। ରାଜ୍ୟରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା ଭଲ ରହିଥିବାରୁ ମନମୋହନ ସିଂହ ଜିତିବା ଏକ ପ୍ରକାରର ନିଶ୍ଚିତ ଥିଲା। ଅଗଷ୍ଟ ୧୩ରେ ମନମୋହନ ସିଂହ ଏଥିପାଇଁ ନାମାଙ୍କନ ଦାଖଲ କରିଥିଲେ। ଏହି ସମୟରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଉପମୁଖ୍ୟମନ୍ତ୍ରୀ ସଚିନ୍ ପାଇଲଟଙ୍କ ସମେତ ଅନ୍ୟାନ୍ୟ ନେତା ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଦୀର୍ଘ ୩ ଦଶନ୍ଧି ଧରି ମନମୋହନ ସିଂହ ଆସାମରୁ ରାଜ୍ୟସଭାକୁ ନିର୍ବାଚିତ ହେଉଥିଲେ। ଚଳିତବର୍ଷ ଜୁନ୍ ୧୪ ତାରିଖରେ ମନମୋହନ ସିଂହଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା। ଏହାପରେ ଅଧିକାଂଶ ରାଜ୍ୟରେ କଂଗ୍ରେସର ବିଧାୟକ ସଂଖ୍ୟା ଆବଶ୍ୟକରୁ କମ୍ ଥିବାରୁ ଏହି ପୂର୍ବତନ ପ୍ରଧାନମନ୍ତ୍ରୀ ପୁଣି ଥରେ ରାଜ୍ୟସଭାକୁ ଯିବା ଏକ ପ୍ରକାର ଅସମ୍ଭବ ଥିଲା। କିନ୍ତୁ ହଠାତ୍ ରାଜସ୍ଥାନରେ ବିଜେପିର ରାଜ୍ୟସଭା ସାଂସଦ ମଦନ ଲାଲଙ୍କ ବିୟୋଗ ପରେ ମନମୋହନ ସିଂହ ରାଜ୍ୟସଭାକୁ ଯିବା ଏକ ପ୍ରକାର ସ୍ପଷ୍ଟ ହୋଇଥିଲା।

ରାଜ୍ୟସଭାରେ ରାଜସ୍ଥାନ ପାଇଁ ମୋଟ ୧୦ ଆସନ ରହିଛି। ବିଜେପି ୯ଟି ଆସନରେ ପ୍ରତିନିଧିତ୍ୱ କରୁଥିବା ବେଳେ ଖାଲି ପଡ଼ିଥିବା ଗୋଟିଏ ଆସନରେ କଂଗ୍ରେସରୁ ମନମୋହନ ସିଂହ ପ୍ରତିନିଧିତ୍ୱ କରିବାକୁ ଯାଉଛନ୍ତି।

Spread the love
Categories
ପଲିଟିକ୍ସ

RELATED BY

  • ସଞ୍ଜୟ ଜାୟସୱାଲଙ୍କୁ ବିହାର ଏବଂ ସତିଶ ପୁନିଆଙ୍କୁ ରାଜସ୍ଥାନ ଦାୟିତ୍ୱ ଦେଲା ବିଜେପି

    ନୂଆଦିଲ୍ଲୀ:ଭାରତୀୟ ଜନତା ପାର୍ଟି ଦୁଇଟି ବଡ ରାଜ୍ୟ ପାଇଁ ନିଜର ଅଧ୍ୟକ୍ଷଙ୍କ ନାଁ ଘୋଷଣା କରିଛି । ପାର୍ଟି ରାଜସ୍ଥାନର ଦାୟିତ୍ୱ ସତିଶ ପୁନିଆଙ୍କୁ ଦେଇଥିବା ବେଳେ ବିହାରର ଦାୟିତ୍ୱ ସଞ୍ଜୟ ଜାୟସୱାଲଙ୍କୁ ଦେଇଛି । ସୂଚନାଯୋଗ୍ୟ ଯେ ବିହାର...
  • ବିଜେପିର ସେବା ସପ୍ତାହ ଆରମ୍ଭ

    ଭୁବନେଶ୍ୱର:ରାଜ୍ୟରେ ଭାରତୀୟ ଜନତା ପାର୍ଟିର ସେବା ସପ୍ତାହ ଆଜି ଉଦଘାଟିତ ହୋଇଛି । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ତଥା ବିଜେପି ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ।  ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସ...
  • ଅକ୍ଟୋବରରେ ବିଜେପୁର ଉପନିର୍ବାଚନ!

    ନୂଆଦିଲ୍ଲୀ: ଅକ୍ଟୋବର ମାସରେ ଓଡ଼ିଶାର ବିଜେପୁର ସମେତ ଉତ୍ତରପ୍ରଦେଶର ୧୨ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହୋଇପାରେ। ଏନେଇ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବିଚାରବିମର୍ଶ ଜାରି ରହିଥିବା ସୂତ୍ରରୁ ଜଣାପଡ଼ିଛି। ଖୁବ୍ ଶୀଘ୍ର ଉପନିର୍ବାଚନ ପାଇଁ ତାରିଖ ଘୋଷଣା...
  • କଂଗ୍ରେସ ଛାଡ଼ିଲେ ବଲିଉଡ ଅଭିନେତ୍ରୀ ଉର୍ମିଳା

    ମୁମ୍ୱାଇ: ମାତ୍ର ୫ ମାସ ପାଇଁ କଂଗ୍ରେସରେ ରହି ନିରାଶ ହୋଇଗଲେ ବଲିଉଡ ଅଭିନେତ୍ରୀ ତଥା ଉତ୍ତର ମୁମ୍ୱାଇ ଲୋକସଭା ଆସନର କଂଗ୍ରେସ ପ୍ରାର୍ଥୀ ଉର୍ମିଳା ମାତୋଣ୍ଡେକର। ଆଜି ସେ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ ଇସ୍ତଫା ବାବଦରେ କହିଛନ୍ତି।...