ବଦଳିଲେ ୪ ଜିଲ୍ଲାପାଳ : ଆର୍ ଭୀନିଲ କ୍ରିଷ୍ଣା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ

କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ପୁରୀର ନୂଆ ଜିଲ୍ଲାପାଳ ନିଯୁକ୍ତ

ଭୁବନେଶ୍ୱର : ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି । ଆର୍ ଭୀନିଲ କ୍ରିଷ୍ଣା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ଏଥିସହ ୪ ଜିଲ୍ଲାପାଳଙ୍କର ବଦଳି ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ପୁରୀର ନୂଆ ଜିଲ୍ଲାପାଳ ନିଯୁକ୍ତ ହୋଇଥିବା ବେଳେ ଅମ୍ରିତ ଋତୁରାଜ କେନ୍ଦ୍ରାପଡ଼ା ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଛନ୍ତି । ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂହଙ୍କୁ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ସେହିପରି ଜଗତସିଂହପୁର ଜିଲ୍ଲାପାଳ ସରୋଜ ମିଶ୍ର ରାୟଗଡ଼ାର ଜିଲ୍ଲାପାଳ ନିଯୁକ୍ତ ହୋଇଛନ୍ତି । ଏହାଛଡ଼ା ଅତିରିକ୍ତ ସଚିବ ପାରୁଲ ପଟୱାରୀଙ୍କୁ ପୂର୍ତ୍ତ ବିଭାଗର ଉପସଚିବ, ବିଶାଳ ସିଂହଙ୍କୁ ଯାଜପୁର ଡିଆରଡିଏର ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି । ଆଇଏଏସ ପ୍ରମୋଦ ବେହେରାଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି ।