୨୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର:ଆସନ୍ତା ୨୪ଘଣ୍ଟାରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତାକାଲି ଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି  । ଏନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।

୨୯ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇସାରିଛି । ଆଜି ପାଗ ମେଘୁଆ ରହିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । କିନ୍ତୁ ଆସନ୍ତା କାଲି ଠାର ୩୧ ତାରିଖ ଯାଏଁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ୪,୫ ଦିନ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ନ କରିବାକୁ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଜାରି କରାଯାଇଛି ।