୨୯ରୁ ପୁଣି ବର୍ଷିବ

ଭୁବନେଶ୍ବର  : ପୁଣି ବର୍ଷିବ । ଜୁଲାଇ ୨୯ରୁ ହେବ ବର୍ଷା । ଏମିତି ପୂର୍ବାନୁମାନ କରିଛି ପାଣି ପାଗ ବିଭାଗ । ୨୯ ତାରିଖରେ ଉତ୍ତର ଓଡିଶା ଓ ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗରେ ଏକ ଘୂଣ୍ଣି ବଳୟ ସୃଷ୍ଟି...

ଭୁବନେଶ୍ବର  : ପୁଣି ବର୍ଷିବ । ଜୁଲାଇ ୨୯ରୁ ହେବ ବର୍ଷା । ଏମିତି ପୂର୍ବାନୁମାନ କରିଛି ପାଣି ପାଗ ବିଭାଗ । ୨୯ ତାରିଖରେ ଉତ୍ତର ଓଡିଶା ଓ ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗରେ ଏକ ଘୂଣ୍ଣି ବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା କ୍ରମଶ ଘନିଭୂତ ହୋଇ ଲଘୁଚାପ ରୂପ ନେବ ବୋଲି କହିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଜୁଲାଇ ୨୯ରୁ ଅଗଷ୍ଟ ୨ ଯାଏ ବର୍ଷା ହେବ ।  ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ବାକି ଜିଲ୍ଲା ଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆକଳନ କରିଛନ୍ତି।

 

Spread the love
Categories
ଓଡିଶା

RELATED BY

  • କଟକ ଏସ୍‌ସିବି ଆସିବେ ଜଗା ଓ କାଳିଆ

    କଟକ : ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ।...
  • ନଦୀରେ ବୁଡ଼ି ଗଲେ ଦୁଇ ଭଉଣୀ

    ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ...
  • ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

    ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ...
  • ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ:୨ ଦିନ ଭିଜିବ ଓଡ଼ିଶା!

    ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ...