୨୪ ଘଣ୍ଟା  ପ୍ରବଳ ବର୍ଷିବ

୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର ୧୩।୧୦: ଆସନ୍ତା୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।  ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅକ୍ଟୋବର ୧୭ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଡିପ୍ ଡିପ୍ରେସନ୍ ମଙ୍ଗଳବାର ସ୍ଥଳଭାଗ ଅତିକ୍ରମ କରିଛି । ଉତ୍ତର ଆନ୍ଧ୍ରପ୍ରଦେଶର କାକିନଡାରେ ଏହା ସ୍ଥଳଭାଗ ଅତିକ୍ରମ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଥିଲା ।