ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ଵ

ଆଜି ଆଇଏଏସ୍ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ୨୦୦୦ ବ୍ୟାଚ୍‌ର ଆଇଏଏସ୍ ଶ୍ରୀମତୀ କାତ୍ତିକେୟନ ମିସନ ଶକ୍ତି ସଚିବ ପଦରେ ଅବସ୍ଥାପିତ ଥିଲେ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ନିର୍ବାଚନ କମିସନଙ୍କ କଡ଼ା ଆଭିମୁଖ୍ୟ ଓ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଆଜି ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କୁ ବଦଳି କରିଛନ୍ତି ।

ଶ୍ରୀମତୀ କାର୍ତ୍ତିକେୟନ ନିଜର ପଦ ଓ କ୍ଷମତାର ଦୁରୂପଯୋଗ କରି ଭୋଟରଙ୍କ ଉପରେ ଚାପ ପକାଉଛନ୍ତି ବୋଲି ବିଜେପିର କେନ୍ଦ୍ରୀୟ ନେତୃତ୍ବ ଭାରତୀୟ ନିର୍ବାଚନ କମିସନଙ୍କ ଦିଲ୍ଲୀ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲା ।