ଗିରଫ ପରେ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ବର : ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ଦ୍ବାରା  ଗିରଫ ହୋଇ ଜେଲ ଯାଇଥିବା ଜଙ୍ଗଲ ବିଭାଗର ଅଧିକାରୀ ଅଭୟ ପାଠକଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି । ବରିଷ୍ଠ ଆଇଏଫଏସ୍ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଜାମିନ ଖାରଜ ହୋଇଛି। ଆଜି ଭିଜିଲାନ୍ସ ପକ୍ଷରୁ ତାଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ସେମାନଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଏହା ପରେ ରାଜ୍ୟ ସରକାର ତାଙ୍କୁ ପଦରୁ ନିଲମ୍ବିତ କରିଛନ୍ତି। ୧୯୮୭ ବ୍ୟାଚର ଏହି ଆଇଏଫଏସ ଅଧିକାରୀ ଭିଜିଲାନ୍ସ ଦ୍ବାରା ଗିରଫ ହେବା ପରେ ଆଜି ଭୁବନେଶ୍ବରର ଝାରପଡ଼ା ଜେଲକୁ ଯାଇଛନ୍ତି।

ଗତ ତିନିଦିନ ହେଲା ଅଭୟକାନ୍ତଙ୍କର ରାଜ୍ୟ ଓ ରାଜ୍ୟ ବାହାରେ ଥିବା ବିଭିନ୍ନ ଘର, ଫାର୍ମ ହାଉସ୍ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରି ସଂପତ୍ତି ଯାଞ୍ଚ କରିଥିଲା। ଆଜି ଭିଜିଲାନ୍ସ ଅଭୟକାନ୍ତ, ଆକାଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଏବଂ ତାଙ୍କ ପୁତୁରା ଓ ଡ୍ରାଇଭରକୁ ଅଧିକ ପଚରାଉଚରା ଲାଗି ଅଟକ ରଖିଛି।

ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଅଭୟକାନ୍ତଙ୍କ ଘରେ ଚଢାଉ କରିଥିଲା ଭିଜିଲାନ୍ସ । ଭିଜିଲାନ୍ସର ଚଢାଉ ସମୟରେ ବାବୁ ଅଭୟକାନ୍ତ ପାଠକଙ୍କଠାରୁ ଯେଉଁ ସମ୍ପତ୍ତି ଜବତ ହୋଇଥିଲା, ତାରା ତାଲିକା ବେଶ ଲମ୍ବା ଥିଲା । ଭୁବନେଶ୍ୱର, ମୁମ୍ବାଇ, ପୁନେ, ଉଦୟପୁରରେ ଏହି ଚଢାଉ ସମୟରେ ଘରୁ ମିଳିଛି ପ୍ରାୟ ୬୦ଲକ୍ଷ ଟଙ୍କା ନଗଦ । ୮୦୦ଗ୍ରାମର ସୁନା ଅଳଙ୍କାର ମିଳିବା ସହିତ ୨୩ ଲକ୍ଷ ଟଙ୍କାର ସୁନାଗହଣା କିଣାଯାଇଥିବାର କାଗଜପତ୍ର ଜବତ ହୋଇଥିଲା

ifs abhayakant pathak suspended