ଅରୁଣ ବୋଥ୍ରାଙ୍କୁ ସହରାଞ୍ଚଳ ପରିବହନର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ଆଇଜି ତଥା ଅରୁଣ ବ୍ରୋଥା ଆଇପିଏଏସଙ୍କୁ ନବଗଠିତ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(ସିଆରୟୁଟି)ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ(ବିଡିଏ) ଉପାଧ୍ୟକ୍ଷ ମଧ୍ୟ ଏହି ସିଆରୟୁଟିର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଆଜି ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ମିଳିଛି ।