ନାବାଳିକା ଦୁଷ୍କର୍ମକାରୀକୁ ଫାଶୀ ଦଣ୍ଡାଦେଶ

ଜଗତସିଂହପୁର : ଦେଢ଼ବର୍ଷ ପରେ ଅଭିଯୁକ୍ତକୁ ମିଳିଲା ଫାଶୀଦଣ୍ଡାଦେଶ। ୨୫ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ଜଗତସିଂହପୁର ଏଡିଜେ ମାମଲାକୁ ବିଚାର କରି ଅଭିଯୁକ୍ତ କାଳିଆ ମାନା ଓରଫ ନବକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୧୮ ମାର୍ଚ୍ଚ ୨୦ ତାରିଖରେ...

ଜଗତସିଂହପୁର : ଦେଢ଼ବର୍ଷ ପରେ ଅଭିଯୁକ୍ତକୁ ମିଳିଲା ଫାଶୀଦଣ୍ଡାଦେଶ। ୨୫ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ଜଗତସିଂହପୁର ଏଡିଜେ ମାମଲାକୁ ବିଚାର କରି ଅଭିଯୁକ୍ତ କାଳିଆ ମାନା ଓରଫ ନବକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।

୨୦୧୮ ମାର୍ଚ୍ଚ ୨୦ ତାରିଖରେ ଏରସମା ଥାନା ଅଞ୍ଚଳରେ ଜଣେ ନାବାଳିକା ଗାଁ ଦାଣ୍ଡରେ ଖେଳୁଥିଲା। ଏହି ସମୟରେ ଚକୋଲେଟ୍‌ର ଲୋଭ ଦେଖାଇ ଅଭିଯୁକ୍ତ କାଳିଆ ନାବାଳିକାକୁ ନିକଟସ୍ଥ କାଜୁ ଜଙ୍ଗଲକୁ ନେଇ ଯାଇଥିଲା। ସେଠାରେ ତାକୁ ଦୁଷ୍କର୍ମ ପରେ ତଣ୍ଟିଚିପି ହତ୍ୟା କରି ଫିଙ୍ଗି ଦେଇଥିଲା। ପରେ ଅଭିଯୁକ୍ତ ମୃତଦେହ ଉପରେ ଡାଳ ପତ୍ର ପକାଇ ଦେଇ ଦେଇ ଗାଁରୁ ଫେରାର ହୋଇଯିବାକୁ ଉଦ୍ୟମ କରିଥିଲା।

ନାବାଳିକା ଦୁଷ୍କର୍ମ ପରେ ହତ୍ୟା ମାମଲା ପ୍ରଚାରିତ ହେବା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତଙ୍କ ଗିରଫ ଦାବିରେ ଗାଁ ଲୋକେ ରାସ୍ତାରୋକ କରିଥିଲେ। ପୁଲିସ ମାମଲା ରୁଜୁ କରି କଟକ ବାଦାମବାଡ଼ିରୁ ଅଭିଯୁକ୍ତ କାଳିଆକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ଆଜି ରାୟ ପ୍ରକାଶ ପାଇଛି। ଜଗତସିଂହପୁର ଏଡିଜେ ମାମଲାକୁ ବିଚାର କରି ଅଭିଯୁକ୍ତ କାଳିଆ ମାନାକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।

Spread the love
Categories
ଓଡିଶାବଡ ଖବର

RELATED BY

  • ଓଡ଼ିଶାରେ ନକଲି ସାମ୍ପୁ

    ବଲାଙ୍ଗୀର: ଘରେ ଘରେ ପରିଚିତ କ୍ଲିନିକ ପ୍ଲସ ସାମ୍ପୁର ନକଲି ଏବେ ବଜାରରେ ଦେଖିବାକୁ ମିଳିଛି | କିଛି ଏଭଳି ଅଭିଯୋଗ ବଲାଙ୍ଗୀରର କଣ୍ଟାବାଞ୍ଜିରୁ ଆସିଛି | ବଜାରରେ ପ୍ୟାକେଟ୍ ପ୍ୟାକେଟ୍ ନକଲି ସାମ୍ପୁ ବିକ୍ରି ହେଉଥିବାବେଳେ ଏବେ ଏହାର...
  • ମଙ୍ଗୁମଠକୁ ନ ଭାଙ୍ଗିବାକୁ ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

    ପୁରୀ:ପୁରୀର ବହୁ ପୁରାତନ ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ନବୀନଙ୍କୁ ଏକ ଟ୍ୱିଟ୍‌ କରି କ୍ୟାପଟେନ ଅମରିନ୍ଦର ସିଂହ କହିଛନ୍ତି ଯେ, ଏହି ମଠ ଗୁରୁ ନାନକଙ୍କ...
  • ଗୋଦାବରୀ ନଦୀରେ ଲଞ୍ଚ୍ ବୁଡି ୨୩ ନିଖୋଜ

    ଦେବୀପଟ୍ଟନମ :ଆନ୍ଧ୍ରପ୍ରଦେଶ ଗୋଦାବରୀ ନଦୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଲଞ୍ଚ୍ ବୁଡି ୨୩ ଜଣ ଯାତ୍ରୀ ନିଖୋଜ ଥିବା ସୂଚନା ମିଳିଛି। ପୋଲିସ ଓ ଉଦ୍ଧାରକାରୀ ଟିମ୍ ଦ୍ଵାରା ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆନ୍ଧ୍ରପ୍ରଦେଶର...
  • ନନ୍ଦନକାନନରେ ଅସୁସ୍ଥ ଦନ୍ତାହାତୀ ଚନ୍ଦନ ମୃତ

    ବାରଙ୍ଗ: ଶନିବାର ରାତିରେ ସ୍ଥାନୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀଶାଳରେ ରହୁଥିବା ଅସୁସ୍ଥ ଦନ୍ତାହାତୀ ଚନ୍ଦନର ମୃତ୍ୟୁ ଘଟିଛି । ଅସୁସ୍ଥ ହୋଇପଡ଼ିଥିବା ଚନ୍ଦନକୁ ଆସାମ ଷ୍ଟେଟ୍‌ ଓ ସେଣ୍ଟର୍‌ ଫର୍‌ ଓ୍ଵାଇଲ୍‌ଡ୍‌ ଲାଇଫ୍‌ ହେଲ୍‌ଥ୍‌ ଓଡ଼ିଶାର ପ୍ରବୀଣ ପଶୁଚିକିତ୍ସକମାନଙ୍କ...