ଆଜି ପବିତ୍ର ଜନ୍ମାଷ୍ଟମୀ

ଭୁବନେଶ୍ୱର: ଆଜି ପବିତ୍ର  ଜନ୍ମାଷ୍ଟମୀ। ଏହି ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ରୂପେ ପାଳନ କରାଯାଏ । ହିନ୍ଦୁମାନଙ୍କର ଏହା ଏକ ମୂଖ୍ୟ ପର୍ବ । ଚଳିତ ବର୍ଷ ଏହା ଅଗଷ୍ଟ ୧୧ରେ ପାଳନ ହେଉଥିବା ବେଳେ ୧୨ ତାରିଖ ଦିନ ଏକ ନିଦ୍ଦିଷ୍ଟ ସମୟ ଯାଏଁ ମଧ୍ୟ ଜନ୍ମାଷ୍ଟମୀର ମୁହୂର୍ତ ରହିଛି।

ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ ଦ୍ଵାପର ଯୁଗର ଶେଷ ଭାଗରେ ଏହି ଦିବ ଧରାଧାମରେ ଅବତୀର୍ଣ୍ଣ ହେଇଥିଲେ । ଗବେଷକଙ୍କ ମତରେ ଖ୍ରୀଷ୍ଟପୂର୍ବ ୩୨୨୭ ପୂର୍ଣ୍ଣମାନ୍ତ ଭାଦ୍ର କୃଷ୍ଣ ଅଷ୍ଟମୀ ତିଥିରେ କୃଷ୍ଣଙ୍କର ଜନ୍ମ ହେଇଥିଲା ।

ଅବତାର ଅର୍ଥ ଅବତୀର୍ଣ୍ଣ ହେବା, ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ । ଶଙ୍ଖ, ଚକ୍ର, ଗଦା, ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ ।

ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ । ବ୍ରହ୍ମା, ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ । ମାନବ ଜାତିର ଉନ୍ନତିକଳ୍ପେ ଭଗବାନ ଶ୍ରୀକୃଷ୍ଣ ଭିନ୍ନ ଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହେଇ ଲୀଳା କରିଥିଲେ ।