୮ରେ ଭାରତ ବନ୍ଦ

ନୂଆଦିଲ୍ଲୀ: ଏନଡିଏ ସରକାରଙ୍କ ଦମନକାରୀ ନୀତିକୁ ପ୍ରତିବାଦ କରି ୧୦ଟି ଶ୍ରମିକ ସଂଗଠନ ପକ୍ଷରୁ ଜାନୁଆରୀ ୮ ତାରିଖରେ ୨୪ ଘଂଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ଡାକରାକୁ ଦେଶବ୍ୟାପୀ ବିଭିନ୍ନ କୃଷକ ସଂଗଠନ ସମର୍ଥନ କରିଛନ୍ତି ।

ଶ୍ରମିକ ସଂଗଠନ ସିଟୁର ସାଧାରଣ ସଂପାଦକ ତପନ ସେନ କହିଛନ୍ତି ଯେ ଅସଂଗଠିତ, ବ୍ୟାଙ୍କିଙ୍ଗ୍‌ ଏବଂ ବୀମା କ୍ଷେତ୍ର କର୍ମଚାରୀ , ବନ୍ଦର ଶ୍ରମିକ ଦେଶବ୍ୟାପୀ ଏହି ଧର୍ମଘଟରେ ସାମିଲ ହେବ। ଦେଶର ଆର୍ଥିକ ସଙ୍କଟ, ଦରଦାମ ବୃଦ୍ଧି ଏବଂ ବେରୋଜଗାର ପ୍ରସଙ୍ଗରେ ଏହି ବନ୍ଦ ପାଳନ କରାଯିବ ବୋଲି ଜଣାପଡିଛି ।

ସେହିଭଳି ଆମ ରାଜ୍ୟରେ ମଧ୍ୟ ୮ ତାରିଖରେ ଭାରତ ବନ୍ଦକୁ ସଫଳ କରିବା ପାଇଁ  ୧୨ ଦଫା ଦାବି ନେଇ ଧର୍ମଘଟ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଓ ସ୍ୱାଧୀନ ଫେଡରେସନ ମିଳିତ ମଂଚ , ବେକାରୀ, ବେରୋଜଗର, ଶ୍ରମ ଆଇନ କୋ ଅଡିଫିକେସନ, ଦରଦାମ ବୃଦ୍ଧି, ସର୍ବନିମ୍ନ ବେତନ ବୃଦ୍ଧି ,ସାମାଜିକ ସୁରକ୍ଷା ଭଳି ୧୨ ଦଫା ଦାବିରେ ୨୪ ଘଂଟିଆ ବନ୍ଦ ଡାକରା ଦେଇଛି ମିଳିତ ମଂଚ, ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ ରେ ରାଜ୍ୟ ସରକାରଙ୍କ ସହଯୋଗ ଲୋଡିଲା ମଂଚ, ଓଡିଶା ଶାଖାର ଏକ ପ୍ରତିନିଧି ଦଳ ୩ ଜଣିଆ ମନ୍ତ୍ରୀ ସ୍ତରୀୟ କମିଟିକୁ ଏନେଇ ଭେଟିବା ସହ ଦାବି ପତ୍ର ପ୍ରଦାନ କରିଛନ୍ତି ।