କରୋନାକୁ ନେଇ ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲେ ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ: ଜାପାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାକୁ ଦୃଷ୍ଟିରେ ରଖି ଏହାର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି । ଗତକାଲି ଜାପାନରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିବାବେଳେ ତାହା ଆଜି କାର୍ଯ୍ୟକାରୀ କରାଯାଇଛି । ଦେଶରେ ୩୯୦୬ଜଣ ଲୋକ କରୋନା ଦ୍ୱାରା ଆକ୍ରାନ୍ତ ହେବା ପରେ ଜାପାନର ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ୬ଟି ପ୍ରଦେଶରେ ୧ମାସ ପାଇଁ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି।

ଜାପାନର ହାଇଗୋ, ଟୋକିଓ, କାନାଗାୱା, ସାଇଟାମା, ଚିବା, ଓସାକା, ଏବଂ ଫୁକୁୋକା ପ୍ରଦେଶରେ ୧ମାସ ପାଇଁ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଥିବା ଜଣା ପଡିଛି।