ଓଡ଼ିଶା ମୋ ପରିବାର – ଜୀବନବିନ୍ଦୁ ରକ୍ତଦାନ ଶିବିରରୁ ୭୦୦ ୟୁନିଟ୍ ରକ୍ତ ସଂଗୃହୀତ

ଭୁବନେଶ୍ୱର  : ଓଡ଼ିଶା ମୋ ପରିବାର – ଜୀବନବିନ୍ଦୁ ଆନୁକୁଲ୍ୟରେ ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ହୋଇ ସର୍ବମୋଟ ୭୦୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି।
ଗଂଜାମ ଜିଲ୍ଲା ସୋରଡ଼ା ଅନ୍ତର୍ଗତ ଅମୃତୁଲ ଠାରେ ଅନୁଷ୍ଠିତ ଶିବିରରୁ ୫୦୧ ୟୁନିଟ୍ ଏବଂ ଗୋବରା ଗ୍ରାମପଞ୍ଚାୟତରେ ଅନୁଷ୍ଠିତ ଶିବିରରୁ ୧୭୭ ୟୁନିଟ୍ ରକ୍ତ ସଂଗ୍ରହ ହୋଇ ଜିଲ୍ଲାରେ ସମୁଦାୟ ୬୭୮ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଆସିକା ସାଂସଦ ଶ୍ରୀମତୀ ପ୍ରମିଳା ବିଶୋୟୀ ଶିବିରକୁ ଉଦଘାଟନ କରି ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କୁ ଜୀବନବିନ୍ଦୁ ଅଭିନନ୍ଦନପତ୍ର ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସୋରଡ଼ା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ବିଜୁ ଯୁବ ଜନତା ଦଳ ଜିଲ୍ଲା ସଭାପତି ଶ୍ରୀ ଲକ୍ଷ୍ମଣ କୁମାର ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାରେ ଆୟୋଜିତ ଏହି ଦୁଇଟି ଶିବିରକୁ ଜୀବନବିନ୍ଦୁ ଜିଲ୍ଲା ସଂଯୋଜକ ଶ୍ରୀ ସୁବାସ ମହାରଣା ସଂଯୋଜନା କରିଥିଲେ ।
ସେହିପରି ସୁନ୍ଦରଗଡ଼ର ବୀରମମିତ୍ରପୁରରେ ମଧ୍ୟ ରକ୍ତଦାନ ଶିବିର ଆୟୋଜନ ହୋଇ ୨୨ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଜିଲ୍ଲା ସଂଯୋଜକ ଶ୍ରୀ କୁନବିହାରି ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ହେମା ଏକ୍କା ଆୟୋଜନ କରିଥିଲେ । ସମସ୍ତ ରକ୍ତଦାତାମାନ ଏବଂ ଆୟୋଜକ ମାନଙ୍କୁ ଓଡ଼ିଶା-ମୋ ପରିବାର ତରଫରୁ ଧନ୍ୟବାଦ ଜ୍ଞାପନ କରାଯାଇଛି ।