କଟକ: ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ ହେବା ନେଇ ସୁପ୍ରିମକୋର୍ଟ କଲେଜିୟମ୍ ର ସୁପାରିସ ହୋଇଛି ।
ଗତ ୧୮ ତାରିଖରେ ଅନୁଷ୍ଠିତ ସୁପ୍ରିମକୋର୍ଟ କଲେଜିୟମ୍ ବୈଠକରେ ଏହି ନିଷ୍ପତି ନିଆଯାଇଥିବା ଜଣାପଡ଼ିଛି। ଏଥିସହ କଲେଜିୟମ୍ ବମ୍ବେ ଏବଂ ମେଘାଳୟ ହାଇକୋର୍ଟର ମୁଖ୍ୟବିଚାରପତି ପଦବିରେ ନିଯୁକ୍ତି ଲାଗି ମଧ୍ୟ ନାମ ସୁପାରିସ କରିଛନ୍ତି।
ଜଷ୍ଟିସ୍ ମହମ୍ମଦ ରଫିକ୍ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ ହେବା ପୂର୍ବରୁ ରାଜସ୍ଥାନ ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରିଛନ୍ତି। ଏହି ସମୟରେ ସେ ଦୁଇ ଦୁଇ ଥର କାର୍ଯ୍ୟକାରୀ ମୁଖ୍ୟବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି। ୨୦୧୯ ନଭେମ୍ବର ୧୩ରେ ସେ ମେଘାଳୟ ହାଇକୋର୍ଟର ମୁଖ୍ୟବିଚାରପତି ନିଯୁକ୍ତ ହୋଇଥିଲେ।