ତାଳସାରୀ ଉଦୟପୁର ବେଳାଭୂମି ସୌନ୍ଦର୍ଯ୍ୟକରଣ ପାଇଁ ୩୬ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବଦଳିବ ତାଳସାରି ବେଳାଭୂମିର ରୂପରେଖ, ୩୬ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ତାଳସାରି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ୩୬କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଳସାରି ବେଳାଭୂମିର ରୂପରେଖ । ଚନ୍ଦନେଶ୍ଵର-ଉଦୟପୁର ତାଳସାରି ବେଳାଭୂମିର ଚାରିପାଖ ହେବ ଆଲୋକୀକରଣ । ଏଥିସହ ତାଳସାରୀ ଉଦୟପୁର ବେଳାଭୂମି ସୌନ୍ଦର୍ଯ୍ୟକରଣ ହେବ । ଏଥିପାଇଁ ଭିଡିଓ କନଫରେନ୍ସ ଜରିଆରେ ୩୬ କୋଟି ଟଙ୍କା ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ତାଳସାରୀ ଉଦୟପୁର ବେଳାଭୂମି ସୌନ୍ଦର୍ଯ୍ୟକରଣ କରାଯିବାର କାର୍ଯ୍ୟକ୍ରମ ରହିଛି ।
ଚନ୍ଦ୍ରଭାଗା ଓ ତାଳସାରିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳିର ରୂପ ଦେବା ପାଇଁ ପୂର୍ବରୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବେଳାଭୂମି ପର୍ଯ୍ୟଟନ କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ ଯୋଡିବା ପାଇଁ ପ୍ରସ୍ତୁତ ଏଭଳି ଉଚ୍ଚାଭିଳାଷ ଯୋଜନା କରାଯାଇଛି । ତାଳସାରି ବେଳାଭୂମିରେ ଏକାଧିକ ଦିନ ରହଣି ବ୍ୟବସ୍ଥା ହେବା ସହ ୨.୪ କିମି ଅଞ୍ଚଳକୁ ବିକଶିତ କରାଯିବ । ତାରକା ଓ ବଜେଟ୍‌ ହୋଟେଲ ନିର୍ମାଣକୁ ପ୍ରୋତ୍ସାହିତ କରାଯିବ ସହିତ ନିର୍ମାଣ ହେବ ପ୍ୟାଭିଲିୟନ, ବର୍ଷା ଆଶ୍ରୟସ୍ଥଳ, କିଓସ୍କ । ସେହିଭଳି ସିଟିଂ ଆଇଲ୍ୟାଣ୍ଡ, ସୋଲାର ଫଟୋ ଭୋଲଟିକ୍ ପ୍ୟାନେଲ୍‌ସ ନିର୍ମାଣ ହେବ । ଆମ୍ପିଥିଏଟର, ରେସ୍ତୋରାଁ, କ୍ରାଫ୍ଟ ପ୍ଲାଜା ତିଆରି ହେବାକୁ ମଧ୍ୟ ଯୋଜନା ହୋଇଛି । ୨୦୨୧ ଅକ୍ଟୋବର ସୁଦ୍ଧା ଭିତ୍ତିଭୂମି କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି ।

laying of talsari beach to be changed laying of foundation stone by cm