ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ:୨ ଦିନ ଭିଜିବ ଓଡ଼ିଶା!

ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ...

ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ କରିଛି ଅଗଷ୍ଟ ୧୮ ଓ ୧୯ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି।

ପାଣିପାଗ ବିଭାଗ ପକ୍ଷରୁ ଆଜି କୁହାଯାଇଛି ଯେ, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ପଶ୍ଚିମବଙ୍ଗ ଏବଂ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ଯାହା ପ୍ରଭାବରେ ରବିବାର ଓ ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ହେଲେ ଅଧିକାଂଶ ସ୍ଥାନରେ ରବିବାର ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର ଆଦି ସ୍ଥାନରେ ଶନିବାର ରାତିରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୁଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଆଦି ସ୍ଥାନରେ ରବିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ରବିବାର ଓ ସୋମବାର କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, ବା‌ଲେଶ୍ବର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ ଓ ସମ୍ବଲପୁର ଆଦି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କିନ୍ତୁ ଏହା ପରଠାରୁ ତିନି ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ନାହିଁ।

ଆଜି ସଂଧ୍ୟା ସୁଦ୍ଧା ଫୁଲବାଣୀରେ ସର୍ବାଧିକ ୯.୨ ମିମି ବର୍ଷା ହୋଇଥିବାବେଳେ ବାରିପଦାରେ ୨.୪ମିମି, ପାରାଦୀପରେ ୧.୩ମିମି, ବାଲେଶ୍ବରରେ ୧.୨ମିମି, କେନ୍ଦୁଝରରେ ୦.୬ମିମି ବର୍ଷା ହୋଇଛି। ସେହିପରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି।

Spread the love
Categories
ଓଡିଶା

RELATED BY

  • ସ୍କୁଲ ଯିବନି ଜଗା, ମୁଣ୍ଡରେ ହେବ ଖପୁରୀ ପ୍ରତିରୋପଣ: ମନ୍ତ୍ରୀ

    କଟକ: ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସାଧୀନ ଥିବା ଜଗାର ଖପୁରୀ ପ୍ରତ୍ୟାରୋପଣ ହେବ। ତେଣୁ ବର୍ତ୍ତମାନ ସ୍ଥିତିରେ ଜଗା ସ୍କୁଲ ଯାଇପାରିବ ନାହିଁ। ଖପୁରି ପ୍ରତିରୋପଣ ପରେ ସେ ସ୍କୁଲ ଯିବା ସମ୍ଭବ ହୋଇପାରିବ। କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଅଂଚଳର...
  • ଓଡ଼ିଶାରେ ନକଲି ସାମ୍ପୁ

    ବଲାଙ୍ଗୀର: ଘରେ ଘରେ ପରିଚିତ କ୍ଲିନିକ ପ୍ଲସ ସାମ୍ପୁର ନକଲି ଏବେ ବଜାରରେ ଦେଖିବାକୁ ମିଳିଛି | କିଛି ଏଭଳି ଅଭିଯୋଗ ବଲାଙ୍ଗୀରର କଣ୍ଟାବାଞ୍ଜିରୁ ଆସିଛି | ବଜାରରେ ପ୍ୟାକେଟ୍ ପ୍ୟାକେଟ୍ ନକଲି ସାମ୍ପୁ ବିକ୍ରି ହେଉଥିବାବେଳେ ଏବେ ଏହାର...
  • ମଙ୍ଗୁମଠକୁ ନ ଭାଙ୍ଗିବାକୁ ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

    ପୁରୀ:ପୁରୀର ବହୁ ପୁରାତନ ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ନବୀନଙ୍କୁ ଏକ ଟ୍ୱିଟ୍‌ କରି କ୍ୟାପଟେନ ଅମରିନ୍ଦର ସିଂହ କହିଛନ୍ତି ଯେ, ଏହି ମଠ ଗୁରୁ ନାନକଙ୍କ...
  • ନନ୍ଦନକାନନରେ ଅସୁସ୍ଥ ଦନ୍ତାହାତୀ ଚନ୍ଦନ ମୃତ

    ବାରଙ୍ଗ: ଶନିବାର ରାତିରେ ସ୍ଥାନୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀଶାଳରେ ରହୁଥିବା ଅସୁସ୍ଥ ଦନ୍ତାହାତୀ ଚନ୍ଦନର ମୃତ୍ୟୁ ଘଟିଛି । ଅସୁସ୍ଥ ହୋଇପଡ଼ିଥିବା ଚନ୍ଦନକୁ ଆସାମ ଷ୍ଟେଟ୍‌ ଓ ସେଣ୍ଟର୍‌ ଫର୍‌ ଓ୍ଵାଇଲ୍‌ଡ୍‌ ଲାଇଫ୍‌ ହେଲ୍‌ଥ୍‌ ଓଡ଼ିଶାର ପ୍ରବୀଣ ପଶୁଚିକିତ୍ସକମାନଙ୍କ...