ଆସନ୍ତା ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ

ଆସନ୍ତା ଜୁନ ୨୬ ତାରିଖରେ ଲୋକସଭା ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ। ଏନେଇ ଆଜି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ସରକାର ଗଠନ କରିଛନ୍ତି। ୨୦୧୪ ଓ ୨୦୧୯ରେ ବିଜେପି ଏକାକୀ କ୍ଷମତା ଦଖଲ କରିଥିଲା। ହେଲେ ଏଥର ଦଳ ମେଣ୍ଟ ସରକାର ଗଠନ କରିଛି।

ସରକାର ଗଠନ କରିବା ପରେ ସଂସଦର ପ୍ରଥମ ଅଧିବେଶନ ଜୁନ ୨୪ରେ ବସିବ। ପ୍ରଥମ ଦିନରେ ସଂସଦର ଉଭୟ ସଦନକୁ ରାଷ୍ଟ୍ରପତି ସମ୍ବୋଧନ କରିବେ। ସେହିପରି ନବନିର୍ବାଚିତ ସାଂସଦମାନେ ଶପଥ ଗ୍ରହଣ କରିବେ। ଏଥିପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଣେ ଅସ୍ଥାୟୀ ବାଚସ୍ପତିଙ୍କୁ ନିଯୁକ୍ତ କରିବେ। ସାଂସଦମାନେ ଶପଥ ନେବା ପରେ ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ।