୨୯ରେ ପୁଣି ଏକ ଲଘୁଚାପ ଆଶଙ୍କା, ଦୁଇ ଦିନ ବର୍ଷିବ

ଭୁବନେଶ୍ୱର : ଆଗାମୀ ୨୯ରେ ବଙ୍ଗୋପସାଗରେ ପୁଣି ଏକ ଲଘୁଚାପ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି । ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇପାରେ । ବିଶେଷ କରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ପାଇଛି । ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ଦିଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ଆଶଙ୍କା ରହିଛି ।
ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଉପକୂଳ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଆଦି ଜିଲ୍ଲାରେ ୨୮ରୁ ୩୦ ତାରିଖ ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ୧୯୯୯ ମହାବାତ୍ୟା ପରଠାରୁ ଅକ୍ଟୋବର ଶେଷ ସପ୍ତାହରେ ବଡ଼ ଧରଣର ବାତ୍ୟା ହେବା ନେଇ ଜନସାଧାରଣଙ୍କ ମଧ୍ୟରେ ଆଶଙ୍କା ରହୁଛି। କିନ୍ତୁ ପାଣିପାଗର କୌଣସି ମଡେଲ୍‌ରୁ ବାତ୍ୟା ହେବାର ସୂଚନା ମିଳୁନାହିଁ ବୋଲି ସେ କହିଛନ୍ତିି।