ବର୍ଷା ଆରମ୍ଭ, ଆଜିଠୁ ପ୍ରବଳ ବର୍ଷିବ

ରବିବାର ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାର ୨୦ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି

ଭୁବନେଶ୍ୱର : କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ୧୮ ତାରିଖ ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିଲା ବେଳେ ଆଜି ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରାକ୍ ଲଘୁଚାପ ବର୍ଷା ଆରମ୍ଭ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ କୁହାଯାଇଛି ଯେ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମେ ଲଘୁଚାପର ରୂପ ନେଉଛି । ତେବେ ଘୂର୍ଣ୍ଣିବଳୟ କାରଣରୁ ଶନିବାର ବର୍ଷା ଆରମ୍ଭ ହୋଇଥିବା ବେଳେ ରବିବାରଠାରୁ ଏହାର ମାତ୍ରା ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ ।

ରବିବାର ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାର ୨୦ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ପଶ୍ଚିମବଙ୍ଗରୁ ବାଂଲାଦେଶ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏଁ ଏକ ଟ୍ରପଲାଇନ୍ ଥିବାରୁ ଏହାର ପ୍ରଭାବରେ ଆସନ୍ତା ୧୮ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ । ୧୭ ତାରିଖରେ ମଧ୍ୟ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ କହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆକଳନ କରାଯାଇଛି । ବର୍ତ୍ତମାନ ସୁଦ୍ଧା ଚଳିତ ମୌସୁମୀ ଋତୁରେ ଓଡ଼ିଶାରେ ୧୬ ପ୍ରତିଶତ ଅଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି ।

୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ

ରବିବାର ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାର ୨୦ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ !

ଆସନ୍ତା ୧୮ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ