ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି : ୧୧ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ ବର୍ଦ୍ଧିତ ଭତ୍ତା

ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି । ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ୧୧ ପ୍ରତିଶତର ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ ବର୍ଦ୍ଧିତ ଭତ୍ତା । ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ଏହି ବର୍ଦ୍ଦିତ ଭତ୍ତା ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ । ଏହା ଫଳରେ ବତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି, ୨୮%ରେ ପହଞ୍ଚିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ପହିଲାରୁ ପିଛଲା ଭାବେଭାବରେ ୧୧%ମହଙ୍ଗା ଭତ୍ତା ଲାଗୁ ହେବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।
ଏଥିସହ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟ (ଜିଆଇଏସ୍‌)ରେ ସଂଶୋଧନ କରିଛନ୍ତି । ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କୁ ଗୋଷ୍ଠୀ ବୀମା ଦେୟ ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।