ପୁଣେ-ସୋଲାପୁର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ୯ ମୃତ

ପୁଣେ : ମହାରାଷ୍ଟ୍ରର ପୁଣେରେ ଶୁକ୍ରବାର ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । କଦମବାକ ବସ୍ତି ନିକଟରେ ପୁଣେ-ସୋଲାପୁର ଜାତୀୟ ରାଜପଥରେ ଟ୍ରକ ଏବଂ କାର ପରସ୍ପର ମଧ୍ୟରେ ଧକ୍କା ହୋଇଛି । ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ଲୋକ ପୁଣେର ଗୋଟିଏ ଗ୍ରାମର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ, ଶୁକ୍ରବାର ରାତି ପ୍ରାୟ ୧ଟା ବେଳେ ଏହି ଦୁର୍ଘଟଣା ହୋଇଛି । ଗାଡି ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ଜଣାପଡିଛି । କାର ଚାଳକ ପ୍ରଥମେ ଗାଡି ଉପରୁ ନିୟନ୍ତ୍ରଣ ହରାଇ ଡିଭାଇଡରରେ ପିଟି ହୋଇଥିଲା ଏବଂ ପରେ ସାମ୍ନାରୁ ଆସୁଥିବା ଟ୍ରକ ସହ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ କାରରେ ଥିବା ସମସ୍ତ ଲୋକଙ୍କ ମୃତ୍ୟୁ ହୋଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।