ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣାକୁ ରାଜ୍ୟସରକାରଙ୍କ ଗଣମାଧ୍ୟମ ପରାମର୍ଶ୍ୟଦାତା ମାନସ ମଙ୍ଗରାଜଙ୍କ ସ୍ୱାଗତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ସମୁଖ କୋଭିଡ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି । ରାଜ୍ୟ ସରକାରଙ୍କ ଏହି ଘୋଷଣାକୁ ସାମ୍ବାଦିକଙ୍କ ସମତେ ବିଭିନ୍ନ ମହଲରୁ ସ୍ୱାଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏପରି ନିଷ୍ପତ୍ତିକୁ ରାଜ୍ୟସରକାରଙ୍କ ଗଣମାଧ୍ୟମ ପରାମର୍ଶ୍ୟଦାତା ମାନସ ମଙ୍ଗରାଜ ସ୍ୱାଗତ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ।

ସେ ଟ୍ୱିଟ୍ କରି ଲେଖିଛନ୍ତି, ଏହା ସାମ୍ବାଦିକମାନଙ୍କୁ ବିଶେଷ ଭାବେ ସହାୟକ ହେବ । ସାମ୍ବାଦିକମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ଓ ଦୃଢ଼ ସହଯୋଗ ଥିବା କହିଛନ୍ତି ମାନସ ମଙ୍ଗରାଜ ।
ମୁଖ୍ୟମନ୍ତ୍ରୀଙ୍କ ଏପରି ଘୋଷଣା କୋଭିଡ ମହାମରୀ ସମୟରେ କାମ କରୁଥିବା ସାମ୍ବାଦିକ ମାନଙ୍କ ମନବଳ ବଢାଇବାରେ ସହାୟକ ହେବ ।

manas mangaraj thanks to cm for declaring journalists as frontline covid warriors