ପ୍ରତିରକ୍ଷା ମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ପାକିସ୍ତାନ ବିରୋଧରେ ଆଗାମୀ ପଦକ୍ଷେପ କ’ଣ ରହିବ, ସେ ନେଇ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ ପୁଣିଥରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଏହି ବୈଠକ ତିନିସେନାର ମୁଖ୍ୟମାନଙ୍କୁ ନେଇ ହେବ । ଏହି ବୈଠକରେ ସୀମାର ପରିସ୍ଥିତି ଉପରେ ନଜର ରଖାଯିବ । ସୂଚନା ଅନୁସାରେ, ଶୁକ୍ରବାର ଦିନ ପ୍ରତିରକ୍ଷା ମନ୍ତ୍ରୀ ଜାମ୍ମୁ-କାଶ୍ମୀର ଯିବେ । ତାଙ୍କୁ ବର୍ଡରରେ ଏକ ବ୍ରିଜର ଉଦଘାଟନ କରିବାର ଅଛି । ସେପଟେ ଆଜି ସନ୍ଧ୍ୟା ସାଢ଼େ ୬ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ସୁରକ୍ଷା ସମ୍ମିତି ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏହି ବୈଠକରେ ତିନି ସେନା ମୁଖ୍ୟଙ୍କ ସମେତ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ ସାମିଲ ହେବେ । ଏହା ସହିତ ଗୃହମନ୍ତ୍ରୀ ରାଜନାଥ ସିଂ, ପ୍ରତିରକ୍ଷାମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ ସାମିଲ ହେବାର କାର‌୍ୟ୍ୟକ୍ରମ ରହିଛି ।