ରାଜ୍ୟସଭା ସାଂସଦ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ଶୋକ

ଭୁବନେଶ୍ବର: ଓଡିଶା କଳା , ଭାସ୍କର୍ଯ୍ୟ ଜଗତର ଭୀଷ୍ମ ପିତାମହ ରାଜ୍ୟସଭା ସାଂସଦ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ପଚାଂୟତିରାଜ , ପାନୀୟଜଳ , ଆଇନ , ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ତାଙ୍କ ବିୟୋଗରେ ମୁଁ ଦୁଃଖିତ । ଓଡିଶାର କଳା ଓ ଐତିହକୁ ସମୃଦ୍ଧ କରିବା ଦିଗରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ତାଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ ପ୍ରାର୍ଥନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି । ପ୍ରକାଶ ଥାଉକି ମନ୍ତ୍ରୀ ଶ୍ରୀ ଜେନା କରୋନା ଆକ୍ରାନ୍ତ ହୋଇ ବର୍ତମାନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ।