ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କରୋନା

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନାରେ ଆକ୍ରାନ୍ତ । କରୋନା ପଜିଟିଭ ନେଇ ଟୁଇଟ୍‌ କରି ସୂଚନା ଦେଲେ ରଣେନ୍ଦ୍ର । ଲକ୍ଷଣ ନଥିଲା, ଡାକ୍ତରଙ୍କ ପରାମର୍ଶ କ୍ରମେ ହୋମ୍ ଆଇସୋଲେସନରେ ଅଛି । ଯେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ତୁରନ୍ତ ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି ।

ଏହା ପୂର୍ବରୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ , ମନ୍ତ୍ରୀ ଯଥା ସୁଶାନ୍ତ ସିଂ, ଅରୁଣ ସାହୁ, ପଦ୍ମିନୀ ଦିଆନ୍ ଓ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ କେବଳ ଶ୍ରୀ ସିଂ ଏବେ କରୋନାମୁକ୍ତ ହୋଇଥିବା ଜଣାପଡ଼ିଛି।