ପ୍ରଦୀପ ମହାରଥୀଙ୍କ ଅବସ୍ଥା ସଙ୍କଟାପନ୍ନ, ପରିବାର ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ କୌଣସି ପରିବର୍ତ୍ତନ ଆସି ନାହିଁ। ସୋ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସେ ଭେଣ୍ଟିଲେଟରରେ ଅଛନ୍ତି।

ଏପରି ଅବସ୍ଥା ଜାଣିବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାରଥୀଙ୍କ ପରିବାର ବର୍ଗଙ୍କ ସହିତ ଆଲୋଚନା କରିଛନ୍ତି। ଏପରିକି ଡାକ୍ତରମାନଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଶୁ ଆରୋଗ୍ୟ କାମନା କରିଛନ୍ତି।