ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ଯାଜପୁର ବରୀ ବିଧାୟିକା ସୁନନ୍ଦା ଦାସ କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ଅରୁଣ ସାହୁ ଅନୁରୋଧ କରିଛନ୍ତି ।