ଓଡ଼ିଶା ଛୁଇଁଲା ମୌସୁମୀ

୧୩ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା  ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ମୌସୁମୀ । ଏହାର ପ୍ରଭାବରେ ଓଡିିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ରାଜ୍ୟର ୮ଟି ଜିଲ୍ଲାରେ ମୌସୁମୀ ଶହେ ପ୍ରତିଶତ ପ୍ରବେଶ କରିଛି ।  ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରାରାଜ୍ୟକୁ ଛୁଇଁବ ମୌସୁମୀ ବାୟୁ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ୧୩ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା  ସମ୍ଭାବନା ରହିଛି । ଆଉ ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସକରାର । ବନ୍ୟା ପରିସ୍ଥିତି, ଭୂସ୍ଖଳନ ଭଳି ଆଶଙ୍କା ଥିବାରୁ ଏହାର ମୁକାବିଲା ପାଇଁ ପ୍ରସ୍ୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।
ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ପ୍ରବଳ ବର୍ଷାର ପ୍ରଭାବରେ ରାଜ୍ୟର ଅଧିକାଂଶ ନଦୀରେ ବନ୍ୟା ଜଳ ଆସିପାରେ। ଏପରିକି ପାହାଡ଼ିଆ ଅଞ୍ଚଳରେ ଅତଡ଼ା ଖସିବା ଆଶଙ୍କା ଥିବା ବେଳେ, ସମୁଦ୍ର ଜୁଆରିଆ ଓ ଅଶାନ୍ତ ରହିବ।

monsoon touch odisha