ରାଜ୍ୟରେ ପୁଣି ୧୦୧ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୦୧ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଗଞ୍ଜାମରୁ ୫୨, ବାଲେଶ୍ୱରରୁ ୩୩, ଯାଜପୁରରୁ ୭, ସୁନ୍ଦରଗଡ଼ରୁ ୭ ଓ କେନ୍ଦୁଝରରୁ ୨ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।