ପୁଣି ୧୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ପୁଣି ୧୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏମାନଙ୍କ ଭିତରୁ ୫ଜଣଙ୍କୁ ଛାଡ଼ିଦେଲେ ଅନ୍ୟ ୯୭ଜଣ ସଂଗରୋଧ କେନ୍ଦ୍ରରେ ଥିଲେ ।

ସୂଚନାଯୋଗ୍ୟ, ଆଜି ସକାଳେ ୧୧ଟି ଜିଲ୍ଲାରୁ ୧୦୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଯାଜପୁରରୁ ୩୧, ଜଗତସିଂହପୁରରୁ ୨୩, ଭଦ୍ରକ ୨୧, କେନ୍ଦ୍ରାପଡ଼ା ୮, କଟକ ୪, ଖୋର୍ଦ୍ଧା ୪, ପୁରୀ ୪, ଅନୁଗୁଳ ୨, ବାଲେଶ୍ୱର ୨, ସମ୍ବଲପୁର ୨ ଓ ନୟାଗଡ଼ରୁ ଜଣେ ଚିହ୍ନଟ ହୋଇଛନ୍ତି ।