ପୁଣି ୧୧୨ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୦୭ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏଥିରେ  ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମର ୨୧ ଜଣ ଆକ୍ରାନ୍ତ ଥିବା ଜଣାଯାଇଛି ।

ଆଜି ପୁରୀ ଜିଲ୍ଲାରୁ ସର୍ବାଧିକ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡା ଜିଲ୍ଲାରୁ ୨, ମାଲକାନଗିରି ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୫, ଯାଜପୁର ଜିଲ୍ଲାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୮, ଅନୁଗୁଳ ଜିଲ୍ଲାରୁ ୬, ଦେବଗଡ଼ ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୬, ସୁନ୍ଦରଗଡ଼ ଜିଲ୍ଲାରୁ୪, ବୌଦ୍ଧ ଜିଲ୍ଲାରୁ ୩, ଗଜପତି ଜିଲ୍ଲାରୁ ୫, ସମ୍ବଲପୁର ଜିଲ୍ଲାରୁ ୫, ବଲାଙ୍ଗୀର ଜିଲ୍ଲାରୁ ୫, ମୟୂରଭଞ୍ଜ ଜିଲ୍ଲାରୁ ୭, ବାଲେଶ୍ୱର ଜିଲ୍ଲାରୁ ୫, ନୟାଗଡ ଜିଲ୍ଲାରୁ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏବେ ରାଜ୍ୟରେ ମୋଟ୍ ୨୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୧ ରହିଛି।