ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୩୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଠିକ୍ ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୧୩, ଯାଜପୁର ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୭ ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ନୟାଗଡ଼ ଜିଲ୍ଲାରୁ ୩, କଟକ ଜିଲ୍ଲାରୁ ୧୫ , ବଲାଙ୍ଗୀର ଜିଲ୍ଲାରୁ ଜଣେ , ସୁନ୍ଦରଗଡ଼ ଜିଲ୍ଲାରୁ ୧୨, ରାୟଗଡ଼ା ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୬, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୦, କଳାହାଣ୍ଡି ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୧୦, ସମ୍ବଲପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।