ପୁଣି ୧୪୩ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୨ ଜଣ କ୍ଵାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୧ ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡିଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୨୩୮୮ରେ ପହଂଚିଛି ।

ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ମୁତାବକ ଏ ପର୍ଯ୍ୟନ୍ତ ୧୬୨୮୯୧ ନମୁନା ପରୀକ୍ଷା ହୋଇଥିବାବେଳେ ଆଜି ୧୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି | ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୨୩୮୮ରେ ପହଂଚିଥିବାବେଳେ ୧୩୨୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବର୍ତ୍ତମାନ ୧୦୫୪ଟି ସକ୍ରିୟ ମାମଲା ରହିଛି ।