ଆଜି ପୁଣି ୧୪୬ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୮ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୫ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।


ଆଜି କନ୍ଧମାଳ ଜିଲ୍ଲାରୁ ସର୍ବାଧିକ ୪୮, ଖୋର୍ଦ୍ଧା ଜିଲ୍ଲାରୁ ୭, ନୟାଗଡ ଜିଲ୍ଲାରୁ ୪, ଝାରସୁଗୁଡ଼ା ଜିଲ୍ଲାରୁ ୧, ରାୟଗଡ଼ା ଜିଲ୍ଲାରୁ ୫, କଟକ ଜିଲ୍ଲାରୁ ୧୯, ଜଗତସିଂହପୁର ଜିଲ୍ଲାରୁ ୪, ବାଲେଶ୍ୱର ଜିଲ୍ଲାରୁ ୮, ଢେଙ୍କାନାଳ ଜିଲ୍ଲାରୁ ୧, ଅନୁଗୁଳ ଜିଲ୍ଲାରୁ ୬, ଗଞ୍ଜାମ ଜିଲ୍ଲାରୁ ୮, ସୁବର୍ଣ୍ଣପୁର ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୧୯, ସମ୍ୱଲପୁର ଜିଲ୍ଲାରୁ ୧, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।