ସୁସ୍ଥ ହେଲେ ଆଉ ୧୪୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର:  ରାଜ୍ୟରେ ଆଜି ଆଉ ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ୧୪୯ ଜଣଙ୍କ ମଧ୍ୟରୁ ଗଂଜାମରୁ ସର୍ବାଧିକ ୫୭ ଜଣ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀରରୁ ୧୧ ଜଣ, ଜଗତସିଂହପୁରରୁ ୮ ଜଣ, ବାଲେଶ୍ୱର, ଯାଜପୁର ଓ ନୟାଗଡରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଥିବା ଖବର ପ୍ରକାଶ ପାଇଛି । ସେହିଭଳି ଭଦ୍ରକ, କେନ୍ଦ୍ରାପଡା ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ସୁନ୍ଦରଗଡ ଜିଲ୍ଲାରୁ ୪, କେନ୍ଦୁଝର ଜିଲ୍ଲାରୁ ୩, ଓ କଟକରୁ ୨ ଜଣ ସୁସ୍ଥ ହୋଇଛନ୍ତି । ବୌଦ୍ଧ ଓ କୋରାପୁଟ ଜିଲ୍ଲାରୁ ବି ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଏହି ସୁସ୍ଥଙ୍କୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ୨୨୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି ।