ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୩ ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ରାଜ୍ୟରେ ଆଜି ସକାଳେ  ୧୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଥିଲା। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୧୨, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।